Aji ra rasiphala

🌹 *ମହାବୀର ପଞ୍ଜିକା*🌹


    ~~~~~~~~~~~~~
  *ଅଦ୍ୟ ଅକ୍ଟୋବର ୨୧ ତାରିଖ  ୨୦୧୮ମସିହା* 
(ରବିବାର)         
ଶକାବ୍ଦ -୧୯୪୦  
ସମ୍ବତ -୨୦୭୫
ସାଲ-୧୪୨୬
ସମ୍ବତ୍ସର -ପରିଧାବୀ 
ଦକ୍ଷିଣାୟନ -ଶରତଋତୁ
ଆଶ୍ବିନ -ଶୁକ୍ଳପକ୍ଷ 
ତିଥି -ଦ୍ବାଦଶୀ ରାତ୍ର ଘ୦୯/୦୪ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ  
ନକ୍ଷତ୍ର- ଶତଭିଷା ପ୍ରାତଃ ଘ୦୬/୦୪ ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭାଦ୍ର 
ଚନ୍ଦ୍ର - କୁମ୍ଭ 
ଯୋଗ -ବୃଦ୍ଧି 
କରଣ -ବବ   
ସୂର୍ଯ୍ୟ - ତୁଳା ୦୫  ଦିନ          *****************
ସୁର୍ୟୋଦୟ -ପ୍ରାତଃ ଘ୦୫/୪୬/୪୮   
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୬/୦୫      
--------------------------- 
ଯୋଗିନୀ  ନୈୠତେ ରାତ୍ର  ଘ୦୯/୦୪ ଗତେ ଦକ୍ଷିଣେ 
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର 
ମେଷ ରାଶିର ଘାତବାର 
ଅଦ୍ୟ ଦ୍ବାଦଶୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ  
--------------------------------                କାଳବେଳା  ଓ ବାରବେଳା - ଦିବା ଘ୧୦/୨୦ଗତେ
ଘ ୦୧/୨୮ ମଧ୍ୟେ 
******************

*ଅମୃତବେଳା* -  ଦିବାଘ ୦୭/୧୧ ଗତେ   ଘ୦୮/୪୫  ମଧ୍ୟେ ଓ  ଘ୦୯/୫୪ ଗତେ ଘ୧୧/୪୬    ମଧ୍ୟେ
*ମାହେନ୍ଦ୍ର ବେଳା-*  ଦିବା ଘ୦୮/୪୫ ଗତେ ଘ୧୦/୧୯  ମଧ୍ୟେ  ଓ  ଘ୦୧/୨୮ଗତେ ଘ୦୩/୦୦ମଧ୍ୟେ  
********************
ଅଦ୍ୟ ବାଇଗଣ  ଭକ୍ଷଣ ନିଷେଧ 
**********************
- ଆଜିର ଭଲମନ୍ଦବିଚାର-
ମେଷ -ଉତ୍ସାହ
ବୃଷ - କାର୍ଯ୍ୟତତ୍ପର
ମିଥୁନ -ଧର୍ମକାଯ୍ୟ
କର୍କଟ - କାଯ୍ୟବାଧା
ସିଂହ -ଶୁଖସଂଭୋଗ 
କନ୍ୟା -ପ୍ରିତୀଲାଭ
ତୁଳା -କ୍ରୋଧ
ବିଛା -ପରାମର୍ଶ
ଧନୁ -ଆଘାତ
ମକର -ପରିଶ୍ରମ
କୁମ୍ଭ -ସୁଭୋଜନ 
ମୀନ -ଆକୁଳିତ
***********
ଆଜିର ଦିନଟି ସମସ୍ତଙ୍କ ପାଇଁ ଶୁଭ ତଥା ମଙ୍ଗଳପ୍ରଦ ହେଉ                            *ଜୟଶ୍ରୀରାମ* 
____________________ 
*ଡ:ବାୟୁନନ୍ଦନ ମିଶ୍ର*  
ଜୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତିଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130,
9439435130 , 9437281247

🌄🌄🌄🌄🌄🌄🌄🌄🌄🌄🌄🌄🌄🌄🌄🌄
*ମେଷ:–* ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର– ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।🌹


*ବୃଷ:–*
ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ ।ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ,ତେଣୁ ଏହି ସମୟର ସଦୁପଯୋଗ କରନ୍ତୁ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।🌹


*ମିଥୁନ:–*
ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ। କର୍ମ ନିଯୁକ୍ତିରେ ବିଫଳ ହେବେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ବ୍ୟବସାୟୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।🌹


*କର୍କଟ:–*
ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ । ଆଜି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ବିଦ୍ୟାର୍ଥିମାନଙ୍କପାଇଁ ସମୟ କଠିନ ଅଟେ। ପେଟ ସମ୍ବନ୍ଧିତ ରୋଗରେ ମଧ୍ୟ ମନ ଚିନ୍ତିତ ହୋଇପାରେ, ପରନ୍ତୁ ମଧ୍ୟାହ୍ନ ପରେ ରୋଗରେ ଆପଣଙ୍କୁ ଆସ୍ୱସ୍ତି ଅନୁଭବ ହେବ। ମାନସିକ ରୂପରେ ମଧ୍ୟ ଆପଣଙ୍କୁ ଭଲ ଲାଗିବ।କ୍ରୋଧକୁ ନିୟନ୍ତ୍ରଣରେ ରଖିକରି ସ୍ଵଭାବକୁ ମୃଦୁ ବନାଇ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବାଯୋଗୁଁ ବାତାବରଣକୁ ଶାନ୍ତ ରଖିବାରେ ଆପଣ ସଫଳ ହୋଇପାରନ୍ତି। ଖର୍ଚ୍ଚର ମାତ୍ରା ଅଧିକ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ବିଗିଡ଼ି ପାରେ। ଆର୍ଥିକ ରୂପରେ ଆପଣଙ୍କୁ ଲାଭ ହେବ|କୁକୁରକୁ ଖାଇବାକୁ ଦିଅନ୍ତୁ🌹


*ସିଂହ:–*
ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଭଲ ରଖିବା ପାଇଁ ଖାଇବା ପିଇବାରେ ଧ୍ୟାନ ରଖିବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।🌹


*କନ୍ୟା:–*
ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ ।ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।🌹


*ତୁଳା:–*
ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଛି । ଆପଣ ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟରେ ବିଚାର କରିବେ । ଏହା ଦ୍ୱାରା ଆପଣ ନିଜ ଜୀବନ ବିଷୟରେ ଅଧିକ ଜ୍ଞାନ ଅର୍ଜନ କରିବେ । ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।🌹


*ବିଛା:–*
ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।🌹


*ଧନୁ:–*
ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।🌹


*ମକର:–*
ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତି। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ। ପ୍ରତିକାର : ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।🌹


*କୁମ୍ଭ:*–
ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରତିକାର– ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।🌹


*ମୀନ:*– ଆପଣ ମଧ୍ୟ ଫଳା ଫଳରେ ଆଶ୍ଚର୍ଯ୍ୟ ହୋଇପାରନ୍ତି ଏବଂ ନିଜ ଆଶାଠାରୁ ଅଧିକ ନମ୍ବର ପାଇ ପାରନ୍ତି କିମ୍ବା ନାମ ଲେଖା ପାଇଁ ଆଶା ନଥିବା ବିଷୟରେ ନାମ ଲେଖା ପାଇଁ ଅନୁମତି ମିଳିପାରେ , ଏଥିରେ ଆପଣ ଖୁସି ମନାନ୍ତୁ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।🌹
🌄🌄🌄🌄🌄🌄🌄🌄🌄🌄🌄🌄🌄🌄🌄

Post a Comment

0 Comments